ବାରିପଦା : ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ୭୮ତମ ସ୍ୱାଧୀନତା ଦିବସ -୨୦୨୪ ଜାତୀୟ ଦିବସ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ମହାସମାରୋହରେ ପାଳନ କରାଯିବା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ତା.୨୩-୦୭-୨୦୨୪ ରିଖ ଅପରାହ୍ନ ଘ.୦୫:୦୦ ମି. ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟlଳୟ ପରିସର ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ, ମୟୂରଭଞ୍ଜ ,ଶ୍ରୀଯୁକ୍ତ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ,ଭା.ପ୍ର.ସେ. ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ) ଶ୍ରୀଯୁକ୍ତ ନେତ୍ରାନନ୍ଦ ମଲ୍ଲିକ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଅବିନାଶ ପାଣି ପ୍ରମୁଖଙ୍କ ଉପସ୍ଥିତିରେ ଉକ୍ତ ବୈଠକରେ ଚଳିତ ସ୍ୱାଧୀନତା ଦିବସ -୨୦୨୪ ଜାତୀୟ ଉତ୍ସବ ପାଳନ ଉପଲକ୍ଷେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ଆଲୋଚନା କରାଯିବା ସହ ଏହି ଜାତୀୟ ଉତ୍ସବକୁ ସମ୍ମାନ ଓ ମର୍ଯ୍ୟlଦାର ସହିତ ଜାତୀୟତାବୋଧ ବଜାୟ ରଖି ଜିଲ୍ଲା ସ୍ତରୀୟ ଉତ୍ସବ ପାଳନରେ ସମସ୍ତ ଶିକ୍ଷାନୁଷ୍ଠାନ, ସରକାରୀ ବିଭାଗ, ସ୍ଵେଚ୍ଛାସେବି ସଂଗଠନ, ସର୍ବପରି ଜନସାଧାରଣ ବିପୁଳ ସଂଖ୍ୟାରେ ଯୋଗଦାନ କରି ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ.

ବୈଠକରେ, ବାରିପଦା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରିଣୀ ଡି.ଏସ.ପି., ଡି.ଆଇ.ବି., ରିଜର୍ଭ ପୋଲିସ ଇନ୍ସପେକ୍ଟର , ଅଧିକ୍ଷଣ ଯନ୍ତ୍ରୀ, ପୂର୍ତ୍ତ (ରାସ୍ତା ଓ ଗୃହ), ବାରିପଦା ପ୍ରମୁଖଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ପଦାଧିକାରୀ, ଶିକ୍ଷାନୁଷ୍ଠାନ ର ମୁଖ୍ୟ ତଥା ଶିକ୍ଷକ ଶିକ୍ଷୟତ୍ରୀ , ଅଧ୍ୟାପକ ଅଧ୍ୟାପିକା ,ସ୍ଵେଚ୍ଛାସେବି ଅନୁଷ୍ଠାନ ର କର୍ମକର୍ତ୍ତା, ବରିଷ୍ଠ ନାଗରିକ,ଗଣମାଧ୍ୟମ ର ପ୍ରତିନିଧି ମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରି ମତପୋଷଣ କରିଥିଲେ.ବୈଠକରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ,ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନର କାର୍ଯ୍ୟସୂଚୀ ଉପସ୍ଥାପନ କରିଥିଲେ. ସବିଶେଷ ଆଲୋଚନା ପରେ, ପୂର୍ବବର୍ଷର ସମସ୍ତ କାର୍ଯ୍ୟ ବିବରଣୀ ଦ୍ୱାରା ଏ ବର୍ଷର କାର୍ଯ୍ୟକ୍ରମ ମାନ ସ୍ଥିରୀକୃତ ହୋଇ ସର୍ବ ସମ୍ମତି କ୍ରମେ ନିଷ୍ପତ୍ତି ନିଆଗଲା. ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ, ରାମଧୂନ, ପ୍ରଭାତଫେରୀ ଜାତୀୟ ପତାକା ଉତ୍ତୋଳନ ଓ ମୁଖ୍ୟ ଅତିଥିଙ୍କ ଅଭିବାଦନ ଗ୍ରହଣ, ବହୁ ଭାଷା କବି ସମ୍ମିଳନୀ, ଫଳ-ବିସ୍କୁଟ /ମିଷ୍ଠାନ୍ନ ବଣ୍ଟନ, ପୁରସ୍କାର ବିତରଣୀ ଉତ୍ସବ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ପ୍ରସ୍ତୁତି କାର୍ଯ୍ୟକ୍ରମ ବିଷୟରେ ଜିଲ୍ଲାପାଳ ଆଲୋଚନା କରି ସମସ୍ତ ବିଭାଗୀୟ କର୍ମଚାରୀଙ୍କୁ ଯଥାରୀତି ଦାୟିତ୍ୱ ନେବା ବିଷୟରେ ଅବଗତ କରାଇଥିଲେ. ଏହି ବୈଠକରେ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ବିଭୁତିଭୂଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକାର, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ, ଶ୍ରୀ ରଜନୀକାନ୍ତ ସ୍ୱାଇଁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଉମ ଶଙ୍କର ମହାରଣା, ଭାରତୀୟ ପ୍ରଶାସନିକ ସେବା ଶିକ୍ଷାନବୀଶ ସୁଶ୍ରୀ ଆଶନି ଏ.ଏଲ ପ୍ରମୁଖ ଉପସ୍ଥିତ ଥିଲେ. ପରିଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମଲ୍ଲିକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି, ଜିଲ୍ଲାପାଳଙ୍କ ଅନୁମତି କ୍ରମେ ସଭା ସାଙ୍ଗ କରିବାକୁ ଘୋଷଣା କରିଥିଲେ.
More Stories
30-5-2025
A1 Grade First Place in the State of the 10th Class Board Examination
ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀରେ ବୁଦ୍ଧିଜିବୀ ସମ୍ମିଳନୀ