ବୁଗୁଡ଼ା : ସ୍ଥାନୀୟ ପ୍ରସିଦ୍ଧ ଶୈବପୀଠ ବୁଦ୍ଧଖୋଲରେ ଶ୍ରାବଣ ମାସର ପ୍ରଥମ ସୋମବାର ଦିନ କାଉଡିଆଙ୍କ ଭିଡ ଦେଖିବାକୁ ମିଳିଛି । ଚଳିତ ବର୍ଷ ଦଳ ଦଳ କାଉଡିଆ ବୋଲବମ୍ ଡାକ ଦେଇ ବିଭିନ୍ନ ଶୈବପୀଠ ଅଭିମୁଖେ ପଦଯାତ୍ରା କରୁଛନ୍ତି । ବୁଗୁଡା ଅଞ୍ଚଳର ଶହ ଶହ କାଉଡିଆ ରୁଷିକୁଲ୍ଯା-ବଡନଦୀର ସଙ୍ଗମ ସ୍ଥଳରେ ପୁରୋହିତମାନଙ୍କ ଦ୍ବାରା ପବିତ୍ର ଜଳକୁ ଅଭିଷେକ ଆଦି ପୂଜାପାଠ ପୂର୍ବକ ମାନସିକ ବ୍ରତ ଧାରଣ କରି ଜଳ ଭାର ଘେନି ବାଟ ସାରା ହରହର ବମ୍ , ବୋଲ୍ ବମ୍ ଆଦି ଉଚ୍ଚାରଣ କରି ବୁଦ୍ଧଖୋଲରେ ପହଞ୍ଚି ସେଠାକାର ପଞ୍ଚଶମ୍ଭୁଙ୍କଠାରେ ଜଳାଭିଷେକ କରିଛନ୍ତି । ଅନରୂପ ଭାବେ ଏଠାକାର କୁବେରେଶ୍ୱରଙ୍କ ଠାରେ ମଧ୍ୟ ବହୁ କାଉଡିଆ ଜଳାଭିଷେକ କରିଛନ୍ତି ।
More Stories
ବିଧାୟକଙ୍କ ଅନୁଦାନରେ କମ୍ୟୁନିଟି ହଲ ନିର୍ମାଣ ପାଇଁ ଭୂମି ପୂଜନ
ତାରାଦେବୀଙ୍କ ଯାତ୍ରାର ପଞ୍ଚମୁଖ ହନୁମାନ କଳାକୁଞ୍ଜର ଭସାଣି ଶୋଭାଯାତ୍ରା
ୱାର୍ଡବାସୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ଆଧାର କେନ୍ଦ୍ର ବ୍ୟବସ୍ଥା କଲେ ଧିରେଶ