ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ଦେଶୀ ମଦ ଜବତ କରିବା ସହ ଜଣକୁ ଗିରଫ କରିଥିବା ଜଣା ପଡ଼ିଛି l ସୂଚନା ଅନୁସାରେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲ୍ଲିକ ଙ୍କ ନେତୃତ୍ୱରେ ଏକ ଟିମ୍ ଘଣ୍ଟାପଡ଼ା ଥାନା ଅନ୍ତର୍ଗତ ଗିଧାମାଲ ଗ୍ରାମ ରାସ୍ତା ନିକଟରେ ଚଢାଉ କରି ଦେଶୀ ମଦ ଜବତ କରିଥିବା ବେଳେ ଘଟଣାରେ ଜଣକୁ ଗିରଫ କରାଯାଇଛି l ଜବତ ଦେଶୀ ମଦର ପରିମାଣ ୧୫ ଲିଟର ହୋଇଥିବା ବେଳେ ଗିରଫ ଅଭିଯୁକ୍ତ ଜଣକ ହେଲେ ଗିଧାମାଲ ଗ୍ରାମର ଟିକେଚନ ମନହିରା (୩୦) ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି l ଏ ସଂକ୍ରାନ୍ତରେ କଣ୍ଟାମାଳ ଅବକାରୀ କାର୍ଯ୍ୟାଳୟରେ ୫୧/୨୪-୨୫ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ଟିକେଚନ୍ କୁ ଗିରଫ କରି ଆଜି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲିକ ସୂଚନା ଦେଇଛନ୍ତି l
More Stories
13.01.2025
4-12-2024
25-11-2024