Manthan Odia News Portal

"ଜନ ସାଧାରଣଙ୍କ ସ୍ୱର, 'ମନ୍ଥନ' ନଜର"

ଆଞ୍ଚଳିକ ଡ଼ିଗ୍ରୀ କଲେଜ ପରିସରରେ ବିଶ୍ଵ ଆଦିବାସୀ ଦିବସ ପାଳିତ

Spread the love

ଜଗନ୍ନାଥପ୍ରସାଦ : ଜିଲ୍ଲା ଜଗନ୍ନାଥ ବ୍ଳକ ଅନ୍ତର୍ଗତ ଆଞ୍ଚଳିକ ଡ଼ିଗ୍ରୀ କଲେଜ ପରିସରରେ ବିଶ୍ଵ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ଉକ୍ତ ସମରହୋ ରେ କଲେଜ ଅଧ୍ୟକ୍ଷ ଶ୍ରୀଯୁକ୍ତ ସନାତନ ସାହୁ ସମସ୍ତ ସ୍ଵାଧୀନତା ସଂଗ୍ରାମୀ ଓ ଓଡ଼ିଶାର ବୀରପୁତ୍ର ମାନଙ୍କୁ ପୁଷ୍ପମାଲ୍ୟ କରିଛନ୍ତି। ଛାତ୍ରୀ ସୋନୁ ବେହେରା ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ । ପରେ ପରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଶ୍ଵ ଆଦିବାସୀ ଦିବସ ଉପଲକ୍ଷେ ଏକ ବକୃତା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା ।

ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ରୁପେ ଭଞ୍ଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀ ଯୁକ୍ତ ପ୍ରଦ୍ୟୁମ୍ନ କୁମାର ନାୟକ,ଆଇ.କ୍ୟୁ. ଏସି ସଂଯୋଜକ ପ୍ରମୋଦ କୁମାର ଚୌଧୁରୀ ,ଶ୍ରୀ ମହେନ୍ଦ୍ର କୁମାର ପଣ୍ଡା ଉପସ୍ଥିତ ଥିଲେ। ଆଦିବାସୀ ସମ୍ପ୍ରଦାୟକୁ ସେମାନଙ୍କର ଅଧିକାର ସମ୍ପର୍କରେ ସଚେତନ କରାଇ ସେମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ସରକାର ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ସମାଜସେବୀ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ।ପରିଶେଷରେ ଅଧ୍ୟାପକ ଶ୍ରୀଯୁକ୍ତ ନିରଞ୍ଜନ ଶତପଥୀ ସ୍ଵାଧୀନତା ସଂଗ୍ରାମରେ ବୀର ପୁରୁଷଙ୍କ ଉତ୍ସର୍ଗୀକୃତ କାର୍ଯ୍ୟାବଳୀ ସମ୍ପର୍କରେ ଅବଗତ କରିବା ସହ ଉପସ୍ଥିତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ, ଛାତ୍ରଛାତ୍ରୀ ଏବଂ ଗଣମାଧ୍ୟମ ପ୍ରତିନିଧିଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

error: Content is protected !!
Breaking News