ବିଜେପିରେ ଯୋଗଦେଲେ ମମତା ମହାନ୍ତ । ବିଜେପି ଦିଲ୍ଲୀ ମୁଖ୍ୟାଳୟରେ ସାଧାରଣ ସଂପାଦକ ଅରୁଣ ସିଂହଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ମମତା । ଏହି ମିଶ୍ରଣ ପର୍ବରେ ଓଡ଼ିଶା ପ୍ରଭାରୀ ବିଜୟପାଲ୍ ସିଂ ତୋମାରଙ୍କ ସହ ବହୁ ନେତା ଉପସ୍ଥିତ ଥିଲେ । କାଲି ରାଜ୍ୟସଭା ସାଂସଦ ଓ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ ।
ବିଜେପିରେ ଯୋଗଦେବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ମମତା ମହାନ୍ତ । ସେ କହିଛନ୍ତି ଯେ, ଲୋକମାନେ ମୋର ସଂପତ୍ତି, ଲୋକଙ୍କ ସେବା ହିଁ ଏକମାତ୍ର ଲକ୍ଷ୍ୟ । ବିଜେଡିରେ ଅଣଦେଖା କରାଗଲା, ସେବା ସୁଯୋଗ ପାଇଲିନି । ବିଜେଡିରେ ମୋର ଆଉ ଆବଶ୍ୟକତା ଲୋଡ଼ା ପଡୁନି ଅନୁଭବ କଲି ବୋଲି ମମତା ମହାନ୍ତ କହିଛନ୍ତି ।
ସୂଚନା ଅନୁସାରେ ନିର୍ବାଚନ ପରେ ବିଜୁ ଜନତା ଦଳକୁ ବଡ଼ ଧକ୍କା । ଗତକାଲି ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ବିଜେଡି ସାଂସଦ ମମତା ମହାନ୍ତ । ରାଜ୍ୟସଭା ସାଂସଦ ପଦ ସହ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ସେ ଇସ୍ତଫା ଦେଇଥିଲେ / ଏ ନେଇ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ନିଜେ ସୂଚନା ଦେଇଥିଲେ ମମତା ।
ଇସ୍ତଫାର କାରଣ ସମ୍ପର୍କରେ ମମତା ଦର୍ଶାଇଥିଲେ ଯେ, ବିଜେଡିରେ ସେ ଅଲୋଡ଼ା ହୋଇପଡ଼ିଥିଲେ ଏବଂ ଦଳ ତାଙ୍କ ସେବାର ଆବଶ୍ୟକତା ଅନୁଭବ କରୁନଥିଲା । ସେ ଲୋକଙ୍କ ନେତା ଏବଂ ଲୋକଙ୍କ ସେବା ହିଁ ତାଙ୍କର ମୁଖ୍ୟ ଧ୍ୟେୟ ବୋଲି ସେ ଉଲ୍ଲେଖ କରିଛନ୍ତି । ଏହି କାରଣରୁ ସେ ଆଉ ସେହି ଦଳରେ ରହିବାର ଆବଶ୍ୟକତା ଅନୁଭବ କରୁନାହାନ୍ତି ବୋଲି ଉଲ୍ଲେଖ କରିଥିଲେ ମମତା ।
ମୟୂରଭଞ୍ଜ ଜିଲ୍ଲାର କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା ମହାନ୍ତ ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨୦୨୬ ଏପ୍ରିଲରେ ତାଙ୍କ କାର୍ଯ୍ୟକାଳ ସରିବାର ଥିଲା । ତେବେ ଏହାର ପ୍ରାୟ ୨୧ ମାସ ପୂର୍ବରୁ ସେ ରାଜ୍ୟସଭା ସଭ୍ୟ ପଦ ସହ ବିଜେଡି ମଧ୍ୟ ଛାଡ଼ିଛନ୍ତି । ସେପଟେ ମମତା ସାଂସଦ ପଦରୁ ଇସ୍ତଫା ଦେଇଥିବା ନେଇ ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନକଡ ସୂଚନା ଦେଇଥିଲେ। ମମତାଙ୍କ ଇସ୍ତଫା ପରେ ବିଜେଡିର ରାଜ୍ୟସଭା ସାଂସଦଙ୍କ ସଂଖ୍ୟା ୯ରୁ ୮କୁ ଖସିଛି।
More Stories
ରେଳବାଇର ସମୟ ସାରଣୀକୁ ନେଇ କେନ୍ଦୁଝରବାସୀ ଅସନ୍ତୁଷ୍ଟ।
12-9-2024
କଣ୍ଟାମାଳ ହାଇସ୍କୁଲରେ ସାପ କାମୁଡା ପ୍ରତି ସାବଧାନ କାର୍ଯ୍ୟକ୍ରମ