Manthan Odia News Portal

"ଜନ ସାଧାରଣଙ୍କ ସ୍ୱର, 'ମନ୍ଥନ' ନଜର"

ଗଣିଆ ବ୍ଲକ ବଡସିଲିଙ୍ଗା ଆଶ୍ରମ ବିଦ୍ୟାଳୟ ପାଇଲା ଉଚ୍ଚ ବିଦ୍ୟାଳୟ ମାନ୍ୟତା

Spread the love

ନୟାଗଡ ଜିଲ୍ଲାର ଗଣିଆ ବ୍ଳକ ଅନ୍ତର୍ଗତ ବଡ଼ସିଲିଙ୍ଗା ଆଶ୍ରମ ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ଅବହେଳିତ ଅବସ୍ଥାରେ ପଡ଼ିରହିଥିଲା । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଛାତ୍ର ଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇବା ପାଇଁ ଅସୁବିଧାର ସମ୍ମୁଖିନ ହେଉଥିଲେ । ଏ ସମ୍ପର୍କରେ ବିଧାୟକ ଶ୍ରୀ ବେହେରା ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ବଡ଼ସିଲିଙ୍ଗା ଆଶ୍ରମ ବିଦ୍ୟାଳୟ ଉଚ୍ଚ ବିଦ୍ୟାଳୟର ମାନ୍ୟତା ପାଇଛି । ଅନୁସୂଚିତ ଜାତି ଓ ଜନଜାତି ବିଭାଗ ତରଫରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଏ ସଂପର୍କରେ ବଡ଼ସିଲିଙ୍ଗା ଅଞ୍ଚଳବାସୀ ଜାଣିବା ପରେ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି । ଏ ନେଇ ଅଞ୍ଚଳବାସୀଙ୍କ ତରଫରୁ ବିଧାୟକଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି । ନିର୍ବାଚନ ପରେ ବିଧାୟକ ଆଜି ବଡ଼ସିଲିଙ୍ଗା ଗ୍ରସ୍ତ କରିଥିବା ବେଳେ ଆଶ୍ରମ ବିଦ୍ୟାଳୟରେ ପହଞ୍ଚିଥିଲେ । ସେଠାରେ ବିଧାୟକଙ୍କୁ ବିଦ୍ୟାଳୟ ଓ ଗ୍ରାମବାସୀଙ୍କ ତରଫରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ଜିଲ୍ଲା ପରିଷଦ ସଭ୍ୟ ନରେଶ କୁମାର ବେହେରା, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ମହେଶ୍ୱର ମହାରଣା ପ୍ରମୁଖ ଉପସ୍ଥିତ ଥିଲେ । ବିଧାୟକ ଅଞ୍ଚଳବାସୀଙ୍କ ସହିତ ସେମାନଙ୍କର ସୁଖ ଦୁଃଖ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ ।

error: Content is protected !!
Breaking News