କେନ୍ଦୁଝର : ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି I ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଇଛନ୍ତି I
ଏହି ଅବସରରେ କେନ୍ଦୁଝର ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ପର୍ଯ୍ୟନ୍ତ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଉକ୍ତ ଶୋଭାଯାତ୍ରାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀ ଵିଶାଲ ସିଂହ ଯୋଗ ଦେଇ କାନଭାସରେ ଜୟ ହିନ୍ଦ, ଘରେ ଘରେ ତ୍ରିରଙ୍ଗା ଲେଖିବା ସହ ସେଲଫି ନେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।
ସୂଚନାଯୋଗ୍ୟକି, କେନ୍ଦୁଝର ଜିଲ୍ଲାର ସମସ୍ତ ବ୍ଲକ ଏବଂ ପଞ୍ଚାଯତ ସ୍ତରରେ ପ୍ରଶାସନ ତରଫରୁ ଆଗାମୀ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଏଭଳି ବିଭିନ୍ନ କାର୍ଯ୍ୟକ୍ରମ ଅୟୋଜନ କରି ଲୋକଙ୍କୁ ସଚେତନ କରାଯିବ। ଜିଲ୍ଲାପାଳ ପ୍ରଶାସନ ତରଫରୁ ଆୟୋଜିତ ହେଉଥିବା କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗ ଦେବା ସହ ତ୍ରିରଙ୍ଗା ପତାକା ସହ ସେଲଫି ଫୋଟୋ ୱେବ୍ସାଇଟରେ ଅପଲୋଡ କରି ଅଭିଯାନକୁ ସଫଳ କରିବା ପାଇଁ ସମସ୍ତ କେନ୍ଦୁଝର ଜିଲ୍ଲାବାସୀଙ୍କୁ ନିବେଦନ କରିଛନ୍ତି ।
ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲଳିତ ସୋରେଙ୍ଗ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ କୁମାର ନାଗଭୁଷଣ, ରବୀନ୍ଦ୍ର କୁମାର ମଲ୍ଲିକ, କେନ୍ଦୁଝର ଉପଜିଲ୍ଲାପାଳ ଉମାଶଙ୍କର ଦଳାଇ, କେନ୍ଦୁଝରଗଡ଼ ପୌରପାଳିକା ନିର୍ବାହୀ ଅଧିକାରୀ ଶ୍ରୀ ବସନ୍ତ କୁମାର ସେଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଜିତେନ୍ଦ୍ର କୁମାର ମହାକୁଡ଼ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟ ଉକ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ
More Stories
ବାଘଲଟି ଜଳ ପତନରେ ବୃଦ୍ଧି ଚାଷୀକୁଳ ଆନନ୍ଦ
ବିଶ୍ଵନାଥ ପୁର ଠାରେ ରାସ୍ତା ଉପରେ ଗଛ ପଡ଼ି ରାସ୍ତା ଅବରୋଧ
ଲଗାଣ ବର୍ଷାରେ ନୂଆ ଜଗନ୍ନାଥ ସଡ଼କ ବିଛିର୍ଣ୍ଣ