ବଲାଙ୍ଗିର : ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି I ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଇଛନ୍ତି I
ଏହି ଅବସରରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ମୁଖ୍ୟାଳୟ ସ୍ଥିତ କୋଶଳ କଳା ମଣ୍ଡଳ ପଡିଆ ଠାରୁ ପାଟଣା ଛକ ଦେଇ ପିପି ଏକାଡେମୀ ହାଇସ୍କୁଲ ଛକ ଠୁ କୋଶଳ କଳା ମଣ୍ଡଳ ପଡିଆ ଯାଏଁ ତ୍ରିରଙ୍ଗା ଶୋଭାଯାତ୍ରା ହୋଇଥିଲା । ଏହି ଶୋଭାଯାତ୍ରାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ | ଆରକ୍ଷୀ ଅଧିକ୍ଷକ ରିଷିକେଷ ଖିଲାରୀ ଦ୍ୟାନଦେଓ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।
ସୂଚନା ଯୋଗ୍ୟକି, ବଲାଙ୍ଗିର ଜିଲ୍ଲାର ସମସ୍ତ ବ୍ଲକ ଏବଂ ପଞ୍ଚାୟତ ସ୍ତରରେ ପ୍ରଶାସନ ତରଫରୁ ଆଗାମୀ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ଏଭଳି ବିଭିନ୍ନ କାର୍ଯ୍ୟକ୍ରମ ଅୟୋଜନ କରି ଲୋକଙ୍କୁ ସଚେତନ କରାଯିବ । ଜିଲ୍ଲାପାଳ ମଧ୍ୟ ପ୍ରଶାସନ ତରଫରୁ ଆୟୋଜିତ ହେଉଥିବା କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗ ଦେବା ସହ ତ୍ରିରଙ୍ଗା ପତାକା ସହ ସେଲଫି ଫୋଟୋ ୱେବ୍ସାଇଟରେ ଅପଲୋଡ କରି ଅଭିଯାନକୁ ସଫଳ କରିବା ପାଇଁ ସମସ୍ତ ଜିଲ୍ଲା ବାସୀଙ୍କୁ ନିବେଦନ କରିଛନ୍ତି ।
ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ ମହାପାତ୍ରଙ୍କ ନେତୃତ୍ଵରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ଆହୋଇଥିବା ବେଳେ ମିଶନ ଶକ୍ତି, ଶିକ୍ଷା, ସଂସ୍କୃତି ଏବଂ ସୂଚନା ଏବଂ ଲୋକ ସଂପର୍କ ଭିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡ଼ିଓ, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ, ଯୋଗ ଦେଇଥିଲେ I
More Stories
୧୦୬ ଜଣ ଛାତ୍ରଛାତ୍ରୀଙ୍କ ଦଶମ ପରୀକ୍ଷାରେ ସଫଳତା ହାସଲ
A1 Grade First Place in the State of the 10th Class Board Examination
ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀରେ ବୁଦ୍ଧିଜିବୀ ସମ୍ମିଳନୀ