ମୟୂରଭଞ୍ଜରେ ଗଡ଼ିଲା ସୁଭଦ୍ରା ଯୋଜନା ସଚେତନତା ରଥ

Spread the love

ଯୋଜନା ସମ୍ପର୍କିତ ଭ୍ରମ ଓ ଭ୍ରାନ୍ତ ଦୂର କରି ଲୋକଙ୍କୁ ସଠିକ ତଥ୍ୟ ପ୍ରଦାନ କରିବା ଲକ୍ଷ୍ୟ: ମାନ୍ୟବର ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ
ଡ: କୃଷ୍ଣଚନ୍ଦ୍ର ମହାପାତ୍ରସବୁଜ ପତାକା ଦେଖାଇ ସୁଭଦ୍ରା ରଥ ଶୁଭାରମ୍ଭ କରିଥିଲେ । ଏହିପରିପ୍ରେକ୍ଷୀରେ ଆଜି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ୨୬ଟି ବ୍ଲକ ଓ ପୌରାଞ୍ଚଳର ଅଧିବାସୀଙ୍କୁ ସୁଭଦ୍ରା ଯୋଜନା ସମ୍ପର୍କିତ ସଚେତନତା ବାର୍ତ୍ତା ପ୍ରଦାନ କରିବା ପାଇଁ ୧୩ ଗୋଟି ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରାଯାଇଛି । ରାଜ୍ୟ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାର୍ବଜନୀନ ଉଦ୍ୟୋଗ ବିଭାଗ, ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର ସବୁଜ ପତାକା ପ୍ରଦର୍ଶନ କରି ଆନୁଷ୍ଠାନିକ ଭାବେ ଏହି ସୁସଜ୍ଜିତ ରଥର ଶୁଭାରମ୍ଭ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବାରିପଦା ବିଧାୟକ ଶ୍ରୀ ପ୍ରକାଶ ସୋରେନ, ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ରଜନୀକାନ୍ତ ସ୍ୱାଇଁ, ବାରିପଦା ପୌରପାଳିକା ନିର୍ବାହୀ ଅଧିକାରିଣୀ ଡଃ ମଧୁସ୍ମିତା ସାମନ୍ତରାୟ, ଅତିରିକ୍ତ ଉନ୍ନୟନ ଅଧିକାରୀ ଶ୍ରୀ ଶାନ୍ତନୁ ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ସିଙ୍କୁ ଓ ଅନ୍ୟ ଜିଲ୍ଲା ଅଧିକାରୀ ଉପସ୍ଥିତ ଥିଲେ ।

ନିଜ ବିବୃତିରେ ମନ୍ତ୍ରୀ ଡଃ ମହାପାତ୍ର ଏହି ଯୋଜନା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କ ମହିଳା ମାନଙ୍କ ପ୍ରତି ଥିବା ସମ୍ମାନ ଓ ସେମାନଙ୍କ କଲ୍ୟାଣ ଲାଗି ଥିବା ପ୍ରତିବଦ୍ଧତାର ପ୍ରମାଣ ବୋଲି କହିଥିଲେ । ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଚାଲିଥିବା ଆବେଦନର କୌଣସି ଶେଷ ତାରିଖ ନାହିଁ, ସମସ୍ତ ଯୋଗ୍ୟା ମା ଓ ଭଉଣୀ ମାନଙ୍କୁ ଏହି ଯୋଜନାର ଲାଭ ନିଶ୍ଚୟ ମିଳିବ ବୋଲି କହିଥିଲେ । ସୂଚନା ଥାଉକି, ଏହି ସଚେତନତା ରଥ ଚଳିତ ମାସ ୧୬ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳ ଗସ୍ତ କରି ଲୋକଙ୍କୁ ସଚେତନ କରିବ ।

error: Content is protected !!
Breaking News