ବଲାଙ୍ଗିର : ଅଗଷ୍ଟ ମାସ ପାଇଁ ଜିଲ୍ଲା ପ୍ରଶାସନ ଦ୍ଵାରା ପ୍ରଥମ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ପୁଇଁନ୍ତଲା ବ୍ଲକ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓଙ୍କୁ ସମୁଦାୟ ୭୯ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୫୧ ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୨୮ ଟି ସାମୁହିକ ଦରଖାସ୍ତ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୩୫ ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀ ଙ୍କୁ ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ । ଏଥିରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି କିମ୍ବା ରେଡ଼କ୍ରସ ସହାୟତା ଦିଆ ଯାଇନାହି ।
ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ କୁମାର ମହାପାତ୍ର, ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ, ଗୋଷ୍ଠୀ ଉନୟନ ଅଧିକାରୀ ଅମରେନ୍ଦ୍ର ସ୍ଵାଇଁ , ଡେପୁଟି କଲେକ୍ଟର(ସାଧାରଣ ଓ ବିବିଧ) ଦୀପକ ବାରା, ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ବାଳ , ଆସିଷ୍ଟାଣ୍ଟ କଲେକ୍ଟର (ଜରୁରୀକାଳୀନ ଶାଖା ) ସସ୍ମୀତା ପ୍ରଧାନ, ସ୍ନିଗ୍ଧାରାଣୀ ତ୍ରିପାଠୀ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।
More Stories
ବାଘଲଟି ଜଳ ପତନରେ ବୃଦ୍ଧି ଚାଷୀକୁଳ ଆନନ୍ଦ
ବିଶ୍ଵନାଥ ପୁର ଠାରେ ରାସ୍ତା ଉପରେ ଗଛ ପଡ଼ି ରାସ୍ତା ଅବରୋଧ
ଲଗାଣ ବର୍ଷାରେ ନୂଆ ଜଗନ୍ନାଥ ସଡ଼କ ବିଛିର୍ଣ୍ଣ